ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଟୁଡେ ଓଡିଶା ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି ମିଳିତ ଭାବରେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖଣି ଓ ଧାତବ ଶିଳ୍ପ ଉପରେ ଓଡ଼ିଶା ବିଶ୍ୱର ଏକ ଗୁରୁତ୍ୱପୂର୍ଣ୍ଣ କେନ୍ଦ୍ର ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଖଣି କ୍ଷେତ୍ରରେ ସଂସ୍କାରକୁ ରାଜ୍ୟ ସରକାର ସବୁବେଳେ ସମର୍ଥନ ଦେଇଆସିଛନ୍ତି ଏବଂ ଏହାଦ୍ୱାରା ଉଭୟ କେନ୍ଦ୍ର ଓ ରାଜ୍ୟ ଲାଭବାନ ହେବେ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି । କହିଛନ୍ତି ଯେ ଏହି ଦୁଇଟି ଖଣିରୁ ଉତ୍ପାଦନ ଦ୍ୱାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ। ଏହି ଦୁଇଟି ଖଣିକୁ OMCକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ OMC ମଧ୍ୟ ଏହି ଖଣି ଦୁଇଟିକୁ କାର୍ଯ୍ୟକ୍ଷମ କରିବା ପାଇଁ ତ୍ୱିରିତ ପଦକ୍ଷେପ ନେଇଥିବାରୁ ସେ OMCକୁ ବି ସାଧୁବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ସବୁବେଳେ ଖଣି ସଂପର୍କିତ କ୍ଷେତ୍ରରେ ଅନେକ ଆଗୁଆ ପଦକ୍ଷେପ ନେଇଛି । ଏହି କ୍ଷେତ୍ରରେ ସ୍ୱଚ୍ଛତା ପାଇଁ ଲୁହାପଥର ପରିବହନର ତଦାରଖ ନିମନ୍ତେ 1 3 MS System ଆରମ୍ଭ କରାଯାଇଛି ଏବଂ ଗତ କିଛି ବର୍ଷ ମଧ୍ୟରେ ଅନେକ ବଡ଼ ବଡ଼ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି ।

ଏଥିସହ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶାରେ ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ଉଲ୍ଲେଖନୀୟ ଅଭିବୃଦ୍ଧି ହୋଇଛି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଇସ୍ପାତ, ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି। ରାଜ୍ୟର ଶିଳ୍ପ ଅନୁକୂଳ ପଦକ୍ଷେପ ପୁଞ୍ଜି ବିନିଯୋଗକୁ ଉତ୍ସାହିତ କରିଛି । ଖଣି ଓ ଧାତବ ଶିଳ୍ପ କ୍ଷେତ୍ରରେ ରାଜ୍ୟର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ମିଳିତ ଭାବେ କାର୍ଯ୍ୟ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।

Bisal Mohanty

www.todayodisha.in (ଆପଣଙ୍କ ସ୍ୱର, ଆମ ଖବର) is a Digital Media Venture in Odisha Which Caters to the Growing need of people on the move to keep themselves updated primarily with the latest news of Odisha as well as stay informed on important national and international updates. Latest Videos and pictures are the key to put perspective to a news and we make every effort to deliver our viewers the latest videos and pictures along with the news text. www.todayodisha.in believes in the power of digital technology backed by quality content delivered by passionate and experienced professionals. Our Contact Mobile and WhatsApp : 9178-26-9168 Email : editortodayodisha@gmail.com Facebook Page : Today Odisha Twitter : @today_odisha1

Leave a Reply

Your email address will not be published. Required fields are marked *