ଆରପାରିର ପୂର୍ବତନ ବାଚସ୍ପତି ଶରତ କର

ଭୁବନେଶ୍ବର (ଟୁଡେ ଓଡିଶା ବ୍ୟୁରୋ) : ଆଜି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ୮୧ ବର୍ଷରେ ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ ହୋଇଥିବାର ସୂଚନା ଦେଇଛନ୍ତି ଶରତଙ୍କ ପୁଅ ସୁମନ କର । ବିଧାନସଭା ବାଚସ୍ପତି ସହ ଏକାଧିକ ଥର ମନ୍ତ୍ରୀ ଥିଲେ ଶରତ କର । ୧୯୩୯ ମସିହା ସେପ୍ଟେମ୍ବର ମାସ ୫ତାରିଖରେ ଜନ୍ମଗ୍ରହଣ କରିଥିବା ଶରତ କର ଓଡ଼ିଶା ରାଜନୀତିର ବିଜୁ ଜନତା ଦଳ, ଉତ୍କଳ କଂଗ୍ରେସ ଓ ଜନତା ଦଳ ଆଦି ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ ।

ଓଡ଼ିଶା ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିବା ବେଳେ ୧୯୭୧ ମସିହାରେ ବିଶ୍ୱନାଥ ଦାସଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ଥିଲେ। ୧୯୭୭ ମସିହାରେ ଜନତା ପାର୍ଟି ଟିକେଟରେ କଟକ ଲୋକସଭା ଆସନରୁ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ପରାଜିତ କରି ସଂସଦକୁ ନିର୍ବାଚିତ ହୋଇଥିଲେ। ସେ ୨୦୦୦ରୁ ୨୦୦୪ ଯାଏ ଓଡ଼ିଶା ବିଧାନସଭାର ବାଚସ୍ପତି ଥିଲେ।

Bisal Mohanty

www.todayodisha.in (ଆପଣଙ୍କ ସ୍ୱର, ଆମ ଖବର) is a Digital Venture in Odisha Which Caters to the Growing need of people on the move to keep themselves updated primarily with the latest news of Odisha as well as stay informed on important national and international updates. Latest Videos and pictures are the key to put perspective to a news and we make every effort to deliver our viewers the latest videos and pictures along with the news text. www.todayodisha.in believes in the power of digital technology backed by quality content delivered by passionate and experienced professionals. Our Contact Mobile and WhatsApp : 9178-26-9168 Facebook Page : Today Odisha Twitter : @today_odisha1

Leave a Reply

Your email address will not be published. Required fields are marked *