ପୁଡୁଚେରୀ ଉପରାଜ୍ୟପାଳ ପଦରୁ ହଟିଲେ କିରଣ ବେଦୀ

ନୂଆଦିଲ୍ଲୀ (ଟୁଡେ ଓଡିଶା ବ୍ୟୁରୋ) : କିରଣ ବେଦୀ ୨୦୧୬, ମେ ୨୯ରେ ପୁଡୁଚେରୀର ଉପରାଜ୍ୟପାଳ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ତାଙ୍କ ପଦରୁ ହଟାଇଦିଆଯାଇଛି। ତେଲେଙ୍ଗାନାର ରାଜ୍ୟପାଳ ଡ. ତାମିଲସାଇ ସୁନ୍ଦରରାଜନଙ୍କୁ ପୁଡ଼ୁଚେରୀର ଉପ ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ତେବେ ପୁଡୁଚେରୀରେ କଂଗ୍ରେସ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଭି.ନାରାୟଣସ୍ବାମୀଙ୍କ ସହ ତାଙ୍କ ଅନେକ ସମୟରେ ମତଭେଦ ରହୁଥିଲା। ତାଙ୍କୁ ହଟାଇବା ଲାଗି ଭି. ନାରାୟଣସ୍ବାମୀ ଦାବି କରିଆସୁଥିଲେ।

Leave a Reply

Your email address will not be published. Required fields are marked *